ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ

ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି।

ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି।

ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା ସହ ସାମାଜିକ କଲ୍ୟାଣ କ୍ଷେତ୍ରରେ ବ୍ୟାଙ୍କର ଏହି ପ୍ରୟାସକୁ ପ୍ରଶଂସା କରିଥିଲେ।

ବ୍ରହ୍ମପୁର ମ୍ୟୁନିସିପାଲିଟି କମିଶନରଙ୍କ ସ୍ୱତନ୍ତ୍ର ଅନୁମତି କ୍ରମେ ମ୍ୟୁନିସିପାଲିଟି ସେବା ପରିସର ମଧ୍ୟରେ ଏହି ଶିବିର ଅତ୍ୟନ୍ତ ସଫଳତାର ସହ ସମ୍ପାଦିତ ହୋଇଛି।

 

Comments are closed, but trackbacks and pingbacks are open.