ଓସିଏସ ପରୀକ୍ଷାରେ କୃତକାର୍ଯ୍ୟ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ | News Room Odisha

ଓସିଏସ ପରୀକ୍ଷାରେ କୃତକାର୍ଯ୍ୟ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଓଡ଼ିଶା ପ୍ରଶାସନିକ ସେବା-ଓସିଏସ ୨୦୨୧ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସରକାରୀ ସୁବିଧାସୁଯୋଗକୁ ତୃଣମୂଳସ୍ତରରେ ପହଞ୍ଚାଇ ଲୋକଙ୍କ ଜୀବନରେ ପରିବର୍ତ୍ତନ ଆଣିବାରେ ସମସ୍ତେ ଅଗ୍ରଣୀ ଭୂମିକା ଗ୍ରହଣ କରନ୍ତୁ‌ ବୋଲି କୃତକାର୍ଯ୍ୟ ପରୀକ୍ଷାର୍ଥୀଙ୍କୁ ପରାମର୍ଶ ଦେବା ସହ ସମସ୍ତଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।