ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଜିଲ୍ଲା ଗସ୍ତ : ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମର ଉଦ୍ଘାଟନ ଓ ଶିଳାନ୍ୟାସ, ଗୋପାଳପୁରରେ ଗ୍ରୀନ୍ ଆମୋନିଆ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର
ଭୁବନେଶ୍ବର – ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦ୍ଘାଟନ କରିବା ସହିତ ଅନେକ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଥମେ ହିଞ୍ଜିଳି-ଶେରଗଡ଼ ଯାଇ ସେଠାରେ ୧୮୧. ୭୮ କୋଟି ଟଙ୍କା ବିନିଯୋଗରେ ନିର୍ମିତ ୭ଟି ପ୍ରକଳ୍ପର ଉଦ୍ଘାଟନ କରିବା ସହିତ ୧୩୬.୭୮ କୋଟି ଟଙ୍କାର ୮ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ପରେ ଶୀତଳାପଲ୍ଲୀଠାରେ ୬୩୯.୮୧ କୋଟି ଟଙ୍କା [...]
ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ନାତି ବିଭାକର ଶାସ୍ତ୍ରୀ କଂଗ୍ରେସ ଛାଡ଼ି ବିଜେପିରେ ମିଶିଲେ

Odiaପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ନାତି ବିଭାକର ଶାସ୍ତ୍ରୀ କଂଗ୍ରେସ ଛାଡ଼ି ବିଜେପିରେ ମିଶିଲେ
ଲକ୍ଷ୍ନୌ: ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ନାତି ବିଭାକର ଶାସ୍ତ୍ରୀ କଂଗ୍ରେସ ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି । ଶାସ୍ତ୍ରୀ ବୁଧବାର ଲକ୍ଷ୍ନୌରେ ରାଜ୍ୟ ବିଜେପି ସଭାପତି ଭୁପିନ୍ଦର ସିଂହ ଏବଂ ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି। ବିଭାକର ଶାସ୍ତ୍ରୀ ଏହା ପୂର୍ବରୁ କଂଗ୍ରେସର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଘୋଷଣା କରିଥିଲେ।ସୋସିଆଲ ମିଡିଆ ପ୍ଲାଟଫର୍ମରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ସମ୍ବୋଧିତ ଏକ ପୋଷ୍ଟରେ ସେ ଦଳରୁ ଇସ୍ତଫା ଘୋଷଣା କରିଥିଲେ [...]
Odiaକେନ୍ଦ୍ରର ‘ଏକ ଦେଶ, ଏକ ନିର୍ବାଚନ’ ନୀତି ବିରୋଧରେ ତାମିଲନାଡୁ ବିଧାନସଭାରେ ପ୍ରସ୍ତାବ ପାରିତ
ଚେନ୍ନାଇ: କେନ୍ଦ୍ରର ପ୍ରସ୍ତାବିତ ‘ଏକ ଦେଶ, ଏକ ନିର୍ବାଚନ’ ନୀତି ବିରୋଧରେ ବୁଧବାର ତାମିଲନାଡୁ ବିଧାନସଭାରେ ଏକ ପ୍ରସ୍ତାବ ପାରିତ ହୋଇଛି । ମୁଖ୍ୟମନ୍ତ୍ରୀ ଏମ୍.କେ.ଷ୍ଟାଲିନ୍ ଆଉ ଏକ ପ୍ରସ୍ତାବ ମଧ୍ୟ ଆଗତ କରି ଜନଗଣନା ଆଧାରରେ ୨୦୨୬ ପରେ ପ୍ରସ୍ତାବିତ ସୀମା ପୁନଃ ନିର୍ଦ୍ଧାରଣ ପ୍ରକ୍ରିୟାକୁ ଆଗକୁ ନ ବଢ଼ାଇବାକୁ ଦାବି କରିଛନ୍ତି । ତାମିଲନାଡୁ ବିଧାନସଭାରେ ଗୃହୀତ ପ୍ରସ୍ତାବରେ କୁହାଯାଇଛି – ‘ଏକ ରାଷ୍ଟ୍ର, ଏକ ନିର୍ବାଚନ’ ପଦକ୍ଷେପ ଗଣତନ୍ତ୍ର ବିରୋଧୀ, ଅକରଣୀୟ ଓ [...]
Odiaରାଜ୍ୟସଭା ନିର୍ବାଚନ: ରାଜସ୍ଥାନରୁ ନାମାଙ୍କନ ଦାଖଲ କଲେ ସୋନିଆ ଗାନ୍ଧୀ
ଜୟପୁର: ଆଗାମୀ ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସର ପୂର୍ବତନ ସଭାପତି ସୋନିଆ ଗାନ୍ଧୀ ବୁଧବାର ରାଜସ୍ଥାନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ବିଧାନସଭା ଭବନରେ ସୋନିଆଙ୍କ ନାମାଙ୍କନ ଦାଖଲ ସମୟରେ ତାଙ୍କ ପୁଅ ରାହୁଲ ଗାନ୍ଧୀ ଓ ଝିଅ ପ୍ରିୟଙ୍କା ଗାନ୍ଧୀ, ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ୍, ରାଜ୍ୟ କଂଗ୍ରେସ ସଭାପତି ଗୋବିନ୍ଦ ସିଂହ ଡୋଟାସରା, ବିରୋଧୀ ଦଳ ନେତା ଟିକାରାମ ଜୁଲି ଉପସ୍ଥିତ ଥିଲେ। ନାମାଙ୍କନ ପତ୍ର ଦାଖଲ କରିବା ପୂର୍ବରୁ ସୋନିଆ ଗାନ୍ଧୀ ବିଧାନସଭାର ବିରୋଧୀ [...]
Odiaଗଞ୍ଜାମ ଗସ୍ତରେ ମୁଖ୍ୟମନ୍ତ୍ରୀ, ଶେରଗଡକୁ ଏନଏସି ମାନ୍ୟତା ନେଇ ଘୋଷଣା
ବ୍ରହ୍ମପୁର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଆସିଛନ୍ତି । ପ୍ରଥମେ ସେ ହିଞ୍ଜିଳି ନିର୍ବାଚନମଣ୍ଡଳୀର ଶେରଗଡ଼ ଯାଇଥିଲେ । ସେଠାରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ। ଆଉ ଏହି ଅବସରରେ ସେ ଶେରଗଡ଼ବାସୀଙ୍କୁ ବଡ଼ ଖୁସି ଖବର ଦେଇଛନ୍ତି । ଶେରଗଡକୁ ବିଜ୍ଞାପିତ ଅଞ୍ଚଳ ପରିଷଦ – ଏନଏସି ମାନ୍ୟତା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଜନସଭାକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆପଣଙ୍କ ସହଯୋଗରେ ହିଞ୍ଜିଳି [...]
Odiaଶମ୍ଭୁ ସୀମାରେ ଚାଷୀଙ୍କ ଉପରେ ପୁଣି ଲୁହବୁହା ଗ୍ୟାସ୍ ମାଡ଼
ଚଣ୍ଡିଗଡ଼: ବିଭିନ୍ନ ଦାବି ନେଇ ‘ଦିଲ୍ଲୀ ଚଲୋ’ ପଦଯାତ୍ରା ପାଇଁ କୃଷକମାନେ ବୁଧବାର ସକାଳେ ପୁଣି ଅମ୍ବାଲା ନିକଟ ଶମ୍ଭୁ ସୀମାରେ ଏକାଠି ହୋଇଛନ୍ତି । ବ୍ୟାରିକେଡ୍ ହଟାଇବାକୁ ଉଦ୍ୟମ କଲାବେଳେ ହରିୟାଣା ପୋଲିସ ବିକ୍ଷୋଭକାରୀ କୃଷକଙ୍କ ଉପରେ ପୁଣି ଲୁହବୁହା ଗ୍ୟାସ୍ ମାଡ଼ କରିଛି। ବିକ୍ଷୋଭକାରୀମାନେ ଦାବି କରିଛନ୍ତି ଯେ ଯେତେବେଳେ କିଛି କୃଷକ ଶମ୍ଭୁ ସୀମାରେ ବ୍ୟାରିକେଡ୍ ନିକଟରେ ଏକାଠି ହୋଇଥିଲେ, ବୁଧବାର ସକାଳ ପ୍ରାୟ ୮ଟା ସମୟରେ ହରିୟାଣା ପୋଲିସ ସେମାନଙ୍କ ଉପରେ [...]
Odiaଅଶ୍ୱିନୀ ବୈଷ୍ଣବଙ୍କ ରାଜ୍ୟସଭା ପ୍ରାର୍ଥୀତ୍ବକୁ ସମର୍ଥନ କରିବ ବିଜେଡି
ଭୁବନେଶ୍ୱର – ଓଡ଼ିଶାରୁ ପୁଣି ରାଜ୍ୟସଭା ପ୍ରାର୍ଥୀ ହୋଇଥିବା କେନ୍ଦ୍ର ରେଳ, ଦୂରସଂଚାର, ଯୋଗାଯୋଗ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେଡି ସମର୍ଥନ କରିବ । ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ରେଳବାଇ ଓ ଦୂରସଂଚାର କ୍ଷେତ୍ରରେ ରାଜ୍ୟର ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରାର୍ଥୀତ୍ବକୁ ବିଜେଡି ସମର୍ଥନ କରିବ ବୋଲି ଏକ ପ୍ରେସ ବିବୃତି ଜରିଆରେ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ।
Odiaମୁଖ୍ୟ ନିର୍ବାଚନ କମିଶନରଙ୍କ ନିଯୁକ୍ତି ନେଇ ନୂଆ ଆଇନ ଉପରେ ରୋକ୍ ଲଗାଇବାକୁ ମନାକଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଓ ନିର୍ବାଚନ କମିଶନର(ଇସି)ଙ୍କ ନିଯୁକ୍ତି ସମ୍ପର୍କିତ ନୂଆ ଆଇନ ଉପରେ ରୋକ୍ ଲଗାଇବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ମୋଦୀ ସରକାର ଆଣିଥିବା ନୂଆ ଆଇନରେ ମୁଖ୍ୟ ନିର୍ବାଚନ କମିଶନର ଓ ନିର୍ବାଚନ କମିଶନରଙ୍କ ଚୟନ କମିଟିରୁ ପ୍ରଧାନ ବିଚାରପତିଙ୍କୁ ବାଦ୍ ଦିଆଯାଇଛି। ଏହି କମିଟିରେ ପ୍ରଧାନମନ୍ତ୍ରୀଙ୍କ ସହ ଜଣେ କ୍ୟାବିନେଟ ମନ୍ତ୍ରୀ ଓ ଲୋକସଭାର ବିରୋଧୀ ଦଳ ନେତା ରହିବେ । ଜଷ୍ଟିସ ସଞ୍ଜୀବ ଖାନ୍ନା ଏବଂ ଦୀପଙ୍କର ଦତ୍ତଙ୍କ [...]
Odiaଓଡ଼ିଶାରୁ ପୁଣି ଅଶ୍ୱିନୀ ବୈଷ୍ଣବଙ୍କୁ ରାଜ୍ୟସଭା ପ୍ରାର୍ଥୀ କଲା ବିଜେପି
ଭୁବନେଶ୍ୱର – କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓଡ଼ିଶାରୁ ପୁଣି ଥରେ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି। ବିଜେପି ବୈଷ୍ଣବଙ୍କୁ ଆଜି ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଛି। ପୂର୍ବରୁ ମଧ୍ୟ ଅଶ୍ୱିନୀ ଓଡ଼ିଶାରୁ ରାଜ୍ୟସଭା ଯାଇଥିଲେ । ବିଜେଡିର ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ ସମେତ ଅଶ୍ୱିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ମଧ୍ୟ ଶେଷ ହେଉଛି । ଓଡ଼ିଶାରୁ ଖାଲି ହେଉଥିବା ତିନି ରାଜ୍ୟସଭା ଆସନ ମଧ୍ୟରୁ ବିଜେଡି ଦୁଇଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିସାରିଛି [...]
Odiaଆଜି ପୁଣି ‘ଦିଲ୍ଲୀ ଚଲୋ’ ଅଭିଯାନ ଆରମ୍ଭ କରିବେ କୃଷକ
ନୂଆଦିଲ୍ଲୀ: ଆଜି କୃଷକଙ୍କ ‘ଦିଲ୍ଲୀ ଚଲୋ’ ଆନ୍ଦୋଳନର ଦ୍ୱିତୀୟ ଦିନ। ଗତକାଲି ଶମ୍ଭୁ ସୀମାରେ ପୋଲିସ ସହ ସଂଘର୍ଷ ପରେ କୃଷକମାନେ ଦିଲ୍ଲୀ ଯାତ୍ରାକୁ ସ୍ଥଗିତ ରଖିଥିଲେ। ବିକ୍ଷୋଭକାରୀ କୃଷକମାନେ ଆଜି ପୁଣି ଦିଲ୍ଲୀ ଅଭିମୁଖେ ଯାତ୍ରା ଆରମ୍ଭ କରିବେ। ଗତକାଲି ପଞ୍ଜାବ-ହରିୟାଣ ଶମ୍ଭୁ ସୀମାରେ କୃଷକ ଓ ହରିୟାଣା ପୋଲିସ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ବ୍ୟାରିକେଡ୍ ଭାଙ୍ଗିବାକୁ ଉଦ୍ୟମ କରୁଥିବା ଚାଷୀଙ୍କୁ ଘଉଡ଼ାଇବା ପାଇଁ ପୋଲିସ ଲୁହବୁହା ଗ୍ୟାସ ପ୍ରୟୋଗ କରିଥିଲା । [...]
