Odiaଆସନ୍ତାକାଲି ସମଲେଇ ପ୍ରକଳ୍ପ ଲୋକାର୍ପଣ: ହୋମଯଜ୍ଞ ପାଇଁ ଭବ୍ଯ କଳସ ଶୋଭାଯାତ୍ରା
ସମ୍ବଲପୁର: ସକାଳ ପାହିଲେ ମାଁ ସମଲେଶ୍ବରୀଙ୍କ ପୀଠର ଉନ୍ନୟନ ସଂପର୍କିତ ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ। ସବୁ ପ୍ରତୀକ୍ଷାର ଅନ୍ତ ଘଟିବ। ଏହି ଅବସରରେ ଆସନ୍ତାକାଲି ଠାରୁ ୫ ଦିନ ଧରି ହେବାକୁ ଥିବା ହୋମଯଜ୍ଞ ପାଇଁ ଆଜି ଭବ୍ଯ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ୧୧ ଶହ ମହିଳା ଏଥିରେ ସାମିଲ ହୋଇ ମହାନଦୀ ଘାଟରୁ ପୂର୍ଣ୍ଣ କଳସ ଆଣି ଯଜ୍ଞ ମଣ୍ଡପରେ ପହଞ୍ଚିଛନ୍ତି। ବହୁ ପ୍ରତୀକ୍ଷିତ ସମଲେଇ ପ୍ରକଳ୍ପ ପାଇଁ ସବୁ ପ୍ରସ୍ତୁତି ଚୂଡାନ୍ତ [...]
Odiaକର୍ତ୍ତବ୍ୟପଥରେ ଗଡ଼ିଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼
ନୂଆଦିଲ୍ଲୀ – ଦୀର୍ଘ ତିନି ବର୍ଷ ପରେ ଦିଲ୍ଲୀ ସାଧାରଣତନ୍ତ୍ର ଦିବସ ପରେଡରେ ଗଡିଛି ଓଡ଼ିଶାର ପ୍ରଜ୍ଞାପନ ମେଢ଼ । କର୍ତ୍ତବ୍ୟ ପଥରେ ଆୟୋଜିତ ପରେଡରେ ପ୍ରଦର୍ଶିତ ହୋଇଛି ଓଡ଼ିଶାର ଆକର୍ଷଣୀୟ ପ୍ରଜ୍ଞାପନ ମେଢ଼। ଏହି ମେଢରେ ଓଡ଼ିଶାର ସମୃଦ୍ଧ କଳା, ସଂସ୍କୃତି,ଐତିହ୍ୟ ଏବଂ ମହିଳା ସଶକ୍ତିକରଣକୁ ଅତି ଆକର୍ଷଣୀୟ ଭାବେ ଉପସ୍ଥାପନ କରାଯାଇଛି। ଓଡ଼ିଶାର ପ୍ରଜ୍ଞାପନ ମେଢ଼ରେ ପଟ୍ଟଚିତ୍ରର ଛାପ ରହିଛି ।ଶିଳ୍ପୀ ଗ୍ରାମ ରଘୁରାଜପୁରର ବିଶ୍ୱବିଦିତ କଳାକୃତି ଓଡ଼ିଶାର ପ୍ରଜ୍ଞାପନ ମେଢ଼ରେ ସ୍ଥାନ ପାଇଛି [...]
Odiaଫୁଲବାଣୀରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ : ଜାତୀୟ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ
ଫୁଲବାଣୀ – ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆଠାରେ ଜିଲ୍ଲାସ୍ତରୀୟ ଗଣତନ୍ତ୍ର ଦିବସରେ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଛନ୍ତି ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ। ମିଳିତ ପ୍ୟାରେଡରେ ୩୫ଟି ଦଳ ସାମିଲ ହୋଇଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ,ଏସପି ଶୁଭେନ୍ଦୁ କୁମାର ପାତ୍ର ଉପସ୍ଥିତ ଥିଲେ। ରାଜ୍ୟରେ ଦ୍ରୁତ ବିକାଶ ଚାଲିଛି । ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ସବୁ କ୍ଷେତ୍ରରେ ଉଲ୍ଲେଖନୀୟ ଅଗ୍ରଗତି ହୋଇଛି ବୋଲି ମନ୍ତ୍ରୀ ନିଜ [...]
Odiaଭେଙ୍କୟା ନାଇଡୁ, ବୈଜୟନ୍ତୀମାଳା, ମିଥୁନ ଚକ୍ରବର୍ତ୍ତୀଙ୍କ ସହ ୧୩୨ ଜଣଙ୍କୁ ପଦ୍ମ ସମ୍ମାନ
ନୂଆଦିଲ୍ଲୀ: ପୂର୍ବତନ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ଅଭିନେତ୍ରୀ ବୈଜୟନ୍ତୀମାଳା ବାଲି, ଅଭିନେତା କୋନିଦେଲା ଚିରଞ୍ଜୀବୀ, ସୁଲଭ ଇଣ୍ଟରନ୍ୟାସନାଲ୍ର ପ୍ରତିଷ୍ଠାତା ସ୍ୱର୍ଗତ ବିନ୍ଦେଶ୍ୱର ପାଠକ, ସୁପ୍ରିମକୋର୍ଟର ପ୍ରଥମ ମହିଳା ବିଚାରପତି ସ୍ୱର୍ଗତା ଏମ ଫାତିମା ବିବି ଏବଂ ‘ବମ୍ବେ ସମାଚାର’ର ମାଲିକ ହୋର୍ମୁସଜି କାମାଙ୍କ ସହ ୧୩୨ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ଏଥର ପଦ୍ମ ପୁରସ୍କାରରେ ସମ୍ମାନିତ କରାଯିବ। ଏମାନଙ୍କ ମଧ୍ୟରୁ ୧୧୦ ଜଣ ପଦ୍ମଶ୍ରୀ, ୧୭ ଜଣଙ୍କୁ ପଦ୍ମ ଭୂଷଣ ଓ ୫ ଜଣ ପଦ୍ମ ବିଭୂଷଣ [...]
Odiaଭୁବନେଶ୍ୱରରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବ , ରାଜ୍ୟପାଳ କଲେ ପତାକା ଉତ୍ତୋଳନ
ଭୁବନେଶ୍ୱର – ଆଜି ଦେଶ ପାଳନ କରୁଛି ୭୫ତମ ସାଧାରଣତନ୍ତ୍ର ଦିବସ। ଆମ ରାଜ୍ୟରେ ବି ହର୍ଷ ଓ ଉଲ୍ଲାସର ସହ ପାଳନ କରାଯାଉଛି ସାଧାରଣତନ୍ତ୍ର ଦିବସ। ଭୁବନେଶ୍ୱରର ଗାନ୍ଧୀ ମାର୍ଗରେ ଆୟୋଜିତ ହେଉଛି ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବ। ରାଜ୍ୟପାଳ ରଘୁବର ଦାସ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡରେ ଅଭିବାଦନ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି [...]
Odiaଦିଲ୍ଲୀ ସାଧାରଣତନ୍ତ୍ର ଦିବସ ପରେଡରେ ଗଡିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼
ନୂଆଦିଲ୍ଲୀ – ୭୫ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଆଜି ନୂଆଦିଲ୍ଲୀର କର୍ତ୍ତବ୍ୟପଥରେ ଆୟୋଜିତ ହେବାକୁ ଥିବା ଭବ୍ୟ ପରେଡରେ ଏଥର ଓଡ଼ିଶାର ପ୍ରଜ୍ଞାପନ ମେଢ଼ ଦେଖିବାକୁ ମିଳିବ । ୧୬ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ପ୍ରଜ୍ଞାପନ ମେଢ଼ ଏଥର ସାଧାରଣତନ୍ତ୍ର ଦିବସ ପରେଡରେ ସାମିଲ ହୋଇଛି । ଚଳିତ ବର୍ଷ ଓଡ଼ିଶା ପକ୍ଷରୁ ରଘୁରାଜପୁର ଶିଳ୍ପୀଗ୍ରାମ ଓ ମହିଳା ସଶକ୍ତିକରଣ ମଡେଲ ପଠାଯାଇଥିଲା । ବିକଶିତ ଭାରତ ପ୍ରସଙ୍ଗକୁ ନେଇ ଓଡ଼ିଶା ପକ୍ଷରୁ 4 ଟି [...]
Odiaମୁଖ୍ୟମନ୍ତ୍ରୀଙ୍କ ସାଧାରଣତନ୍ତ୍ର ଦିବସ ଶୁଭେଚ୍ଛା
ଭୁବନେଶ୍ୱର – ୭୫ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜିର ଏହି ପବିତ୍ର ଦିନରେ ଦେଶ ପାଇଁ ନିଃସ୍ୱାର୍ଥପର ବଳିଦାନ ଦେଇଥିବା ମହାନ ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ସ୍ମରଣ କରିବା ସହ ସମ୍ବିଧାନରେ ସ୍ଥାନିତ ଆଦର୍ଶକୁ କାଏମ ରଖିବା ପାଇଁ ପୁନଃ ପ୍ରତିବଦ୍ଧ ହେବାକୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।
Odia୭୫ତମ ସାଧାରଣତନ୍ତ୍ର ଦିବସ: ରାଜଧାନୀରେ ରାଜ୍ୟସ୍ତରୀୟ ଉତ୍ସବ , ରାଜ୍ୟପାଳ କରିବେ ପତାକା ଉତ୍ତୋଳନ
ଭୁବନେଶ୍ୱର – ଆଜି ଦେଶ ପାଳନ କରୁଛି ୭୫ତମ ସାଧାରଣତନ୍ତ୍ର ଦିବସ। ଜାତୀୟ ପତାକା ଉତ୍ତୋଳନ କରାଯିବା ସହ ଚିତ୍ତାକର୍ଷକ ପରେଡ୍ ଆୟୋଜନ କରାଯାଉଛି । ଭୁବନେଶ୍ୱରର ଗାନ୍ଧୀ ମାର୍ଗରେ ଆୟୋଜିତ ହେଉଛି ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବ। ରାଜ୍ୟପାଳ ରଘୁବର ଦାସ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡରେ ଅଭିବାଦନ ଗ୍ରହଣ କରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି [...]
Odiaସାଧାରଣତନ୍ତ୍ର ଦିବସ କେବେ ଓ କାହିଁକି ଆରମ୍ଭ ହୋଇଥିଲା?
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟମାନଙ୍କଠାରୁ ପ୍ୟାରେଡ଼ [...]
Odiaଶ୍ରୀମନ୍ଦିରେ ମହାପ୍ରଭୁଙ୍କର ପୁଷ୍ୟାଭିଷେକ
ପୁଷ୍ୟାଭିଷେକ ଉତ୍ସବ ପୌଷପୂର୍ଣ୍ଣିମା ଦିନ ପାଳନ କରାଯାଉଥିଲେ ମଧ୍ୟ ଏହି ଉତ୍ସବ ଆନୁଷଙ୍ଗିକ ଅଙ୍କୁରାରୋପଣ କର୍ମ ପୌଷ ଶୁକ୍ଳ ଏକାଦଶୀ ଦିନ ଶ୍ରୀମନ୍ଦିରରେ ସନ୍ଧ୍ୟାଧୂପ ପରେ ଦେଉଳ ପୁରୋହିତଙ୍କ ଦ୍ୱାରା ସମାହିତ ହୋଇଥାଏ। ପୌଷପୂର୍ଣ୍ଣିମା ପୂର୍ବଦିନ ଚନ୍ଦନଲାଗି ନୀତି ପରେ ଅଧିବାସ କର୍ମ କରାଯାଏ। ଏଥିପାଇଁ ଭୋଗମଣ୍ଡପ ଘର ଧୋପଖାଳ ହୋଇ ଚାନ୍ଦୁଆ ବନ୍ଧା ଯାଇଥାଏ। ଏକ ହାଣ୍ଡି ଘିଅ ଓ ରୋଷକୂପରୁ ନୂଆହାଣ୍ଡିରେ ଅଣାଯାଇଥିବା ପାଣି ପରଖମାନଙ୍କରେ ରଖାଯାଇଥାଏ। ଘିଅକୁ ଏକୋଇଶ ଗରାରେ ଓ ପାଣିକୁ [...]
