Odiaବିଏସକେୱାଇ ଯୋଜନା ଚାଲୁ ରହିଛି , ପଞ୍ଜିକୃତ ଡାକ୍ତରଖାନାଗୁଡିକ ଜାରି ରଖିବେ ସେବା : ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର – ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ସ୍ପଷ୍ଟୀକରଣ ଦେଇଛନ୍ତି। ବିଏସକେୱାଇ ପଞ୍ଜୀକୃତ ଡାକ୍ତରଖାନା କୌଣସି ରୋଗୀଙ୍କ ଚିକିତ୍ସାରେ ଅବହେଳା କରିପାରିବେ ନାହିଁ ବା ରୋଗୀଙ୍କୁ ଚିକିତ୍ସା ଅବଧି ପୂର୍ବରୁ ଡିସଚାର୍ଜ କରିପାରିବେ ନାହିଁ । ଯେପର୍ଯ୍ୟନ୍ତ ନୂତନ ସରକାର ନିଷ୍ପତ୍ତି ନ ନେଇଛନ୍ତି ସେ ପର୍ଯ୍ୟନ୍ତ ବିଏସକେୱାଇ ଯୋଜନା ଚାଲୁ ରହିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ବନ୍ଦ [...]
Odiaଟି-୨୦ ବିଶ୍ୱକପ: ଷ୍ଟୋଇନିସଙ୍କ ଅଲରାଉଣ୍ଡ ପ୍ରଦର୍ଶନ, ଓମାନକୁ ୩୯ ରନରେ ହରାଇଲା ଅଷ୍ଟ୍ରେଲିଆ
ବାରବାଡୋସ: ଟି-୨୦ ବିଶ୍ୱକପରେ ଗୁରୁବାର ଅନୁଷ୍ଠିତ ଏକ ମ୍ୟାଚରେ ଅଷ୍ଟ୍ରେଲିଆ ୩୯ ରନରେ ଓମାନକୁ ହରାଇ ଅଭିଯାନ ଆରମ୍ଭ କରିଛି । ବାରବାଡୋସର କେନ୍ସିଙ୍ଗଟନ୍ ଓଭାଲରେ ଖେଳାଯାଇଥିବା ଏହି ମ୍ୟାଚରେ ଓମାନ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ୫ ୱିକେଟ୍ ହରାଇ ୧୬୪ ରନ୍ ସଂଗ୍ରହ କରିଥିଲା। ଏହାର ଜବାବରେ ଓମାନ ନିର୍ଦ୍ଧାରିତ ୨୦ ଓଭରରେ ୯ ୱିକେଟ୍ ହରାଇ ୧୨୫ ରନ୍ କରିବାକୁ ସମର୍ଥ ହୋଇଥିଲା। [...]
Odiaସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସ୍ପଷ୍ଟୀକରଣ: ଚାଲୁ ରହିଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା
ଭୁବନେଶ୍ୱର – ରାଜ୍ଯରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଚାଲୁ ରହିଛି । ଏହା ବନ୍ଦ ହୋଇନାହିଁ ବୋଲି ସ୍ବାସ୍ଥ୍ଯ ଓ ପରିବାର କଲ୍ଯାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଚାଲୁ ରହିଥିବା ନେଇ ସ୍ବାସ୍ଥ୍ଯ ସଚିବ ଶାଳିନୀ ପଣ୍ଡିତ କହିଛନ୍ତି। ଏନେଇ ସମ୍ପୃକ୍ତ ଘରୋଇ ହସ୍ପିଟାଲଗୁଡ଼ିକ ସହିତ ବୁଝାମଣାପତ୍ର ବଳବତ୍ତର ରହିଛି। ପ୍ଯାନେଲରେ ଥିବା ହସ୍ପିଟାଲଗୁଡ଼ିକ ପୂର୍ବପରି ବିଏସକେୱାଇ କାର୍ଡଧାରୀଙ୍କୁ ବିନା ବାଧାରେ ଚିକିତ୍ସା ସେବା ଯୋଗାଇ ଦେବାକୁ କୁହାଯାଇଛି। ଏହି [...]
Odiaଟି-୨୦ ବିଶ୍ୱକପ: ସହଜ ବିଜୟରୁ ଭାରତର ଅଭିଯାନ, ପ୍ରଥମ ମ୍ୟାଚରେ ଆୟର୍ଲାଣ୍ଡକୁ ୮ ଓ୍ବିକେଟରେ ହରାଇଲା
ନ୍ୟୁୟର୍କ: ସହଜ ବିଜୟ ସହ ଟିମ୍ ଇଣ୍ଡିଆ ଟି-୨୦ ବିଶ୍ୱକପରେ ଅଭିଯାନ ଆରମ୍ଭ କରିଛି। ବୁଧବାର ପ୍ରଥମ ମ୍ୟାଚରେ ଭାରତ ଏକତରଫା ଭାବେ ଆୟର୍ଲାଣ୍ଡକୁ ୮ ଓ୍ବିକେଟରେ ହରାଇଛି । ନ୍ୟୁୟର୍କର ନାସାଉ କାଉଣ୍ଟି ଇଣ୍ଟରନ୍ୟାସନାଲ କ୍ରିକେଟ୍ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଭାରତ ଟସ୍ ଜିତି ଆୟର୍ଲାଣ୍ଡକୁ ବ୍ୟାଟିଂ ଆମନ୍ତ୍ରଣ କରିଥିଲା। ଆୟର୍ଲାଣ୍ଡ ୧୬ ଓଭରରେ ମାତ୍ର ୯୬ ରନ୍ କରି ଅଲ୍ଆଉଟ୍ ହୋଇଯାଇଥିଲା। ଭାରତ ପକ୍ଷରୁ ଦ୍ରୁତ ବୋଲରମାନେ ୮ଟି ୱିକେଟ୍ ନେଇଥିଲେ। ହାର୍ଦ୍ଦିକ [...]
Odiaଆଜି ସାବିତ୍ରୀ ଅମାବାସ୍ୟା, ସଧବା ନାରୀମାନେ ନିଜ ପତିଙ୍କର ଦୀର୍ଘ ଆୟୁଷ କାମନା କରି ଏହି ବ୍ରତ ପାଳନ କରିଥାନ୍ତି
ଆଜି ସାବିତ୍ରୀ ଓଷା ।ଏହାକୁ ଅନ୍ୟ ଅର୍ଥ ରେ ମଧ୍ୟ ସାବିତ୍ରୀ ବ୍ରତ ବା ସାବିତ୍ରୀ ଅମାବାସ୍ୟା କୁହାଯାଏ। ଓଡ଼ିଶାରେ ସଧବା ନାରୀମାନଙ୍କ ପାଳିତ ଏକ ଓଷା । ସାବିତ୍ରୀ ସାଧ୍ୱୀ ନାରୀଙ୍କର ଆଦର୍ଶ; ତେଣୁ ଏହା ନିଜ ପତିଙ୍କର ଦୀର୍ଘ ଆୟୁଷ ନିମନ୍ତେ ମଙ୍ଗଳ ମନାସି, ସଧବା ସ୍ତ୍ରୀମାନେ ସାବିତ୍ରୀଙ୍କ ପରି ଆଜୀବନ ସଧବା ହେବା ପାଇଁ, ଏ ଓଷା ପାଳନ କରିଥାନ୍ତି। ଜ୍ୟୈଷ୍ଠ ଅମାବାସ୍ୟା ଦିନ ସାବିତ୍ରୀ ଓଷା ପାଳନ କରାଯାଇଥାଏ । ଏ [...]
Odiaଶ୍ରୀ ରାମଚରିତ ମାନସ: ବାଲ କାଣ୍ଡ
॥ ବାଲ କାଣ୍ଡ ॥ ସୁନୁ ସୁଭ କଥା ଭବାନି ରାମଚରିତ ମାନସ ବିମଲ । କହା ଭୁସୁଂଡି ବଖାନି ସୁନା ବିହଗ ନାୟକ ଗରୁଡ଼ ॥ ଭାବାର୍ଥ :- ଶ୍ରୀଶିବ କହିଲେ, ହେ ପାର୍ବତୀ ! ନିର୍ମଳ ଶ୍ରୀରାମଚରିତ ମାନସର ସେହି ମଙ୍ଗଳମୟୀ କଥାକୁ ଶୁଣ, ଯାହାକୁ କାକଭୁସୁଣ୍ଡି ବହୁତ ରୋଚକ ଢ଼ଙ୍ଗରେ କହିଲେ ଆଉ ପକ୍ଷୀ ମାନଙ୍କ ରାଜା ଗରୁଡଦେବ ତାକୁ ଶୁଣିଥିଲେ ।
Odiaଗୀତା ଉପଦେଶ: ସମସ୍ତ କର୍ମର ଅନ୍ତିମ ଉଦ୍ଦେଶ୍ୟ ହେଉଛି ଆନନ୍ଦର ଅନ୍ୱେଷଣ
ଭଗବାନ ଶ୍ରୀକୃଷ୍ଣ ଅର୍ଜୁନଙ୍କୁ ପ୍ରତ୍ୟେକ ବ୍ୟକ୍ତିଙ୍କର କର୍ମର ଉପାଦାନ ସବୁ ବୁଝାଇବାକୁ ଯାଇ କହୁଛନ୍ତି – ସୁଖଂ ତ୍ୱିଦାନୀଂ ତ୍ରିବିଧଂ ଶୃଣୁ ମେ ଭରତର୍ଷଭ। ଅଭ୍ୟାସାଦ୍ରମତେ ଯତ୍ର ଦୁଃଖାନ୍ତଂ ଚ ନିଗଚ୍ଛତି। ଅର୍ଥାତ ଶ୍ରୀକୃଷ୍ଣ କର୍ମକୁ ପ୍ରେରିତ ଏବଂ ନିୟନ୍ତ୍ରିତ କରୁଥିବା କାରକମାନଙ୍କର ବର୍ଣ୍ଣନା କଲେ । ବର୍ତ୍ତମାନ ସେ କର୍ମର ଲକ୍ଷ୍ୟ ଆଡ଼କୁ ଅଗ୍ରସର ହେଉଛନ୍ତି । ସମସ୍ତ କର୍ମର ଅନ୍ତିମ ଉଦ୍ଦେଶ୍ୟ ହେଉଛି ଆନନ୍ଦର ଅନ୍ୱେଷଣ । ସମସ୍ତେ ଆନନ୍ଦ କାମନା କରୁଛନ୍ତି, ତାଙ୍କର [...]
Odiaବିଜେଡି ସୁପ୍ରିମୋଙ୍କୁ ଭେଟିଲେ ଦଳର ନବନିର୍ବାଚିତ ବିଧାୟକ
ଭୁବନେଶ୍ବର – ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିବା ବିଜେଡି ବିଧାୟକମାନେ ଆଜି ନବୀନ ନିବାସରେ ଦଳ ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ନବନିର୍ବାଚିତ ବିଧାୟକମାନେ ବିଜେଡି ସୁପ୍ରିମୋଙ୍କୁ ଧନ୍ୟବାଦ ଜଣାଇଛନ୍ତି। ବିଞ୍ଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ, ରେଙ୍ଗାଳି ବିଧାୟକ ସତ୍ୟନ୍ଦ୍ର ହରିପାଲ, ଜୟଦେବ ବିଧାୟକ ନବ ମଲ୍ଲିକ, ବାଙ୍କୀ ବିଧାୟକ ଦେବୀ ତ୍ରିପାଠୀ, ଭଣ୍ଡାରିପୋଖରୀ ବିଧାୟକ ସଂଜୀବ ମଲ୍ଲିକ, ଆଠମଲ୍ଲିକ ବିଧାୟକ ନଳିନୀ ପ୍ରଧାନ, ଦେବଗଡ଼ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ, ଭୋଗରାଇ ବିଧାୟକ ଗୌତମ [...]
Odiaମୋଦୀ ଏନଡିଏ ମେଣ୍ଟର ନେତା ନିର୍ବାଚିତ
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ଫଳାଫଳ ଘୋଷଣା ପରେ ଏନଡିଏ ମେଣ୍ଟ କେନ୍ଦ୍ରରେ ଲଗାତାର ତୃତୀୟ ଥର ସରକାର ଗଢ଼ିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଫଳାଫଳ ଘୋଷଣା ପରେ ବୁଧବାର ଅପରାହ୍ନରେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏନଡିଏର ପ୍ରଥମ ବୈଠକରେ ମୋଦୀ ସର୍ବସମ୍ମତି କ୍ରମେ ମେଣ୍ଟର ନେତା ଭାବେ ନିର୍ବାଚିତ ହୋଇଛନ୍ତି। ମୋଦୀ ଆଜି ହିଁ ରାଷ୍ଟ୍ରପତିଙ୍କୁ ଭେଟି ସରକାର ଗଢ଼ିବା ପାଇଁ ଦାବି କରିପାରନ୍ତି। ଏହି ବୈଠକରେ ଟିଡିପି ସୁପ୍ରିମୋ ଚନ୍ଦ୍ରବାବୁ ନାଇଡୁ ଓ ଜେଡିୟୁ [...]
Odiaନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାରେ ଏସଆରସି ତଦନ୍ତ ଆରମ୍ଭ, ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି
ପୁରୀ – ନରେନ୍ଦ୍ର ପୁଷ୍କରଣୀ ବାଣ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି ପାଇଛି । ଆହୁରି ୧୨ ଜଣ ଆହତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ୩ ଜଣ ସୁସ୍ଥ ହେବା ପରେ ହସପିଟାଲରୁ ଡିସଚାର୍ଜ କରାଯାଇଛି। ଏଣେ ଏହି ବାଣ ବିସ୍ଫୋରଣର ତଦନ୍ତ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର – ଏସ ଆରସି । ଯାହାର କିଛି ଆପତ୍ତି ଅଭିଯୋଗ ଅଛି, ସେମାନେ ପୁରୀ ସର୍କିଟ ହାଉସରେ ଅତିରିକ୍ତ ସ୍ୱତନ୍ତ୍ର ରିଲିଫ [...]
