ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ମୃତ୍ୟୁ କିମ୍ବା ଅକ୍ଷମତା କ୍ଷେତ୍ରରେ ପଞ୍ଚାୟତ ପ୍ରତିନିଧିଙ୍କୁ ମିଳିବ ଅନୁକମ୍ପାମୂଳକ ସହାୟତା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କ ପାଇଁ କାର୍ଯ୍ୟଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ନିଷ୍ପତ୍ତି ଅନୁଯାୟୀ ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ ୱାର୍ଡ ମେମ୍ବରଙ୍କଠୁ ଆରମ୍ଭ କରି ଜିଲ୍ଲା ପରିଷଦ ସଭାପତିଙ୍କ ପର୍ଯ୍ୟନ୍ତ ସମସ୍ତେ ଏଥିରେ ଅନ୍ତର୍ଭୁକ୍ତ ହେବେ। ପଞ୍ଚାୟତ ପ୍ରତିନିଧି ମାନଙ୍କ କାର୍ଯ୍ୟଅବଧି ସମୟରେ କୌଣସି କାରଣରୁ ମୃତ୍ୟୁ ଘଟିଲେ ତାଙ୍କର ନିକଟତମ ସମ୍ପର୍କୀୟଙ୍କୁ ୨ [...]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କ ପାଇଁ କାର୍ଯ୍ୟଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।
ନିଷ୍ପତ୍ତି ଅନୁଯାୟୀ ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ ୱାର୍ଡ ମେମ୍ବରଙ୍କଠୁ ଆରମ୍ଭ କରି ଜିଲ୍ଲା ପରିଷଦ ସଭାପତିଙ୍କ ପର୍ଯ୍ୟନ୍ତ ସମସ୍ତେ ଏଥିରେ ଅନ୍ତର୍ଭୁକ୍ତ ହେବେ। ପଞ୍ଚାୟତ ପ୍ରତିନିଧି ମାନଙ୍କ କାର୍ଯ୍ୟଅବଧି ସମୟରେ କୌଣସି କାରଣରୁ ମୃତ୍ୟୁ ଘଟିଲେ ତାଙ୍କର ନିକଟତମ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଅନୁ କମ୍ପା ମୂଳକ ସହାୟତା ରାଶି ପ୍ରଦାନ କରାଯିବ, ସେହିଭଳି ଉଭୟ ଆଖି, ହାତ କିମ୍ବା ଗୋଡ ନଷ୍ଟ ହେଲେ ସମ୍ପୃକ୍ତ ପଞ୍ଚାୟତ ପ୍ରତିନିଧିଙ୍କୁ ୨ ଲକ୍ଷ ଟଙ୍କା ଏବଂ ଯଦି ଗୋଟିଏ ଆଖି କିମ୍ବା ଗୋଟିଏ ହାତ କିମ୍ବା ଗୋଡ ନଷ୍ଟ ହୁଏ ତେବେ ତାଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ।
ସାମ୍ବିଧାନିକ ବ୍ୟବସ୍ଥାରେ ପଞ୍ଚାୟତ ପ୍ରତିନିଧି ମାନେ ହେଉଛନ୍ତି ତୃଣମୂଳ ସ୍ତରରେ ନିର୍ବାଚିତ ପ୍ରତିନିଧି। ସେମାନେ ସିଧାସଳଖ ଲୋକଙ୍କ ସହ ଯୋଡିହୋଇ ରହିଥାନ୍ତି। ଲୋକଙ୍କ ସୁବିଧା ଅସୁବିଧାରେ ସେମାନଙ୍କୁ ସହାୟତା କରନ୍ତି। ଗ୍ରାମାଞ୍ଚଳ ବିକାଶରେ ସେମାନଙ୍କର ମହତ୍ୱପୂର୍ଣ୍ଣ ଅବଦାନ ରହିଥାଏ। କିନ୍ତୁ, ସେମାନଙ୍କ କ୍ଷେତ୍ରରେ କୌଣସି ଦୁର୍ଘଟଣା ଘଟିଲେ ସେମାନେ ବହୁତ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ସହାୟତା ରାଶି ପ୍ରଦାନ ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି।
Odisha Hosts National Conference on Good Governance Practices, Showcases Tech-Driven Reforms
Next ArticlePerplexity surpasses ChatGPT to claim top position on Apple App store
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
