କଟକ ଶ୍ରରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜରେ ପ୍ରତିଷ୍ଠା ହେବ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର୍
ଭୁବନେଶ୍ଵର: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଓ ହସପିଟାଲରେ ପ୍ରତିଷ୍ଠା ହେବ ଏକ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର୍। ଏହାଦ୍ବାରା ବିଭିନ୍ନ ଦୁର୍ଘଟଣା ଗ୍ରସ୍ତ ଲୋକଙ୍କୁ ମିଳି ପାରିବ ତୁରନ୍ତ ଉନ୍ନତ ଚିକିତ୍ସା। ଆଜି ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି। ସୂଚନାଯୋଗ୍ୟ ଯେ ଏହି ଟ୍ରମା ସେଣ୍ଟର୍ ଟି କେନ୍ଦ୍ର ସରକାରଙ୍କ ‘ପ୍ରଧାନମନ୍ତ୍ରୀ ସ୍ବାସ୍ଥ୍ୟ ସୁରକ୍ଷା ଯୋଜନା’ ରେ କାର୍ଯ୍ୟକାରୀ କରାଯିବ। ଏଥିପାଇଁ କେନ୍ଦ୍ର ସରକାର ୬୦ [...]
ଭୁବନେଶ୍ଵର: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଓ ହସପିଟାଲରେ ପ୍ରତିଷ୍ଠା ହେବ ଏକ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର୍। ଏହାଦ୍ବାରା ବିଭିନ୍ନ ଦୁର୍ଘଟଣା ଗ୍ରସ୍ତ ଲୋକଙ୍କୁ ମିଳି ପାରିବ ତୁରନ୍ତ ଉନ୍ନତ ଚିକିତ୍ସା। ଆଜି ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି।
ସୂଚନାଯୋଗ୍ୟ ଯେ ଏହି ଟ୍ରମା ସେଣ୍ଟର୍ ଟି କେନ୍ଦ୍ର ସରକାରଙ୍କ ‘ପ୍ରଧାନମନ୍ତ୍ରୀ ସ୍ବାସ୍ଥ୍ୟ ସୁରକ୍ଷା ଯୋଜନା’ ରେ କାର୍ଯ୍ୟକାରୀ କରାଯିବ।
ଏଥିପାଇଁ କେନ୍ଦ୍ର ସରକାର ୬୦ ପ୍ରତିଶତ ଅର୍ଥ ବିନିଯୋଗ କରିବା ବେଳେ ରାଜ୍ୟ ସରକାର ୪୦ ପ୍ରତିଶତ ଅର୍ଥ ବିନିଯୋଗ କରିବେ।
କଟକ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଓ ହସପିଟାଲରେ ଏହି ଟ୍ରମା ସେଣ୍ଟର ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ୨୦୨୪ ଜୁଲାଇ ୨ ତାରିଖରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା ଙ୍କ ନିକଟକୁ ପତ୍ର ଲେଖି ଅନୁରୋଧ କରିଥିଲେ।
କେନ୍ଦ୍ର ସରକାର ଏହାକୁ ନୀତିଗତ ଅନୁମୋଦନ ଦେବା ପରେ ଏବେ ଏହା ରାଜ୍ୟ ସରକାରଙ୍କ ଅନୁମୋଦନ ମଧ୍ୟ ହାସଲ କରିଛି। ଏହାପରେ ଏହାର ବିସ୍ତୃତ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରାଯିବ ଏବଂ ପ୍ରକଳ୍ପ ପ୍ରତିଷ୍ଠା ପାଇଁ ପଦକ୍ଷେପ ନିଆଯିବ ।
BJD’s Organisational Elections to Be Completed before Odia New Year
Next ArticleSBI Research expects RBI to announce 0.25 per cent rate cut on Feb 7
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
