କିଟ୍ ବିଶ୍ୱବିଦ୍ୟାଳୟ ଘଟଣା: ନେପାଳ ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କିଟ୍ ଘଟଣା ସମ୍ପର୍କରେ ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡଃ ଆର୍ଜୁ ରାନା ଦେଉବାଙ୍କ ସହ ଫୋନ୍ ଯୋଗେ ଆଲୋଚନା କରି ଏହି ଘଟଣାରେ ସମ୍ପୃକ୍ତ ସମସ୍ତ ଦୋଷୀ ବ୍ୟକ୍ତିଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ନେପାଳର ପିଲାମାନେ ମଧ୍ୟ ହେଉଛନ୍ତି ଆମ ପିଲା । ପୁରା ସମ୍ମାନର ସହ ସେମାନେ ଏଠାରେ ପଢିବେ [...]
ଭୁବନେଶ୍ୱର: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କିଟ୍ ଘଟଣା ସମ୍ପର୍କରେ ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡଃ ଆର୍ଜୁ ରାନା ଦେଉବାଙ୍କ ସହ ଫୋନ୍ ଯୋଗେ ଆଲୋଚନା କରି ଏହି ଘଟଣାରେ ସମ୍ପୃକ୍ତ ସମସ୍ତ ଦୋଷୀ ବ୍ୟକ୍ତିଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ନେପାଳର ପିଲାମାନେ ମଧ୍ୟ ହେଉଛନ୍ତି ଆମ ପିଲା । ପୁରା ସମ୍ମାନର ସହ ସେମାନେ ଏଠାରେ ପଢିବେ । ରାଜ୍ୟ ସରକାର ଘଟଣା ସମ୍ପର୍କରେ ତୀକ୍ଷ୍ଣ ନଜର ରଖି ପଦକ୍ଷେପ ନେଉଛନ୍ତି ଏବଂ ଏହା ସହିତ ଛାତ୍ରଛାତ୍ରୀ ମାନଙ୍କ ଭରସା ଓ ଆତ୍ମ ବିଶ୍ୱାସ ଫେରାଇ ଆଣିବା ପାଇଁ ସମସ୍ତ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ ।
ଏହା ପରେ ନେପାଳ ଦୂତାବାସର ଅଧିକାରୀ ନବୀନ ରାଜ୍ ଅଧିକାରୀ ଏବଂ ସଞ୍ଜୀବ ଶର୍ମା ଦାସ ମଧ୍ୟ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିଛନ୍ତି ।
ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଅଧିକାରୀ ଦ୍ୱୟଙ୍କୁ କହିଥିଲେ ଏହି ଘଟଣାରେ 10 ଜଣଙ୍କୁ ଗିରଫ କରାଯାଇଛି। ଏହି ଘଟଣା ସହ ସମ୍ପୃକ୍ତ ସମସ୍ତଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । କିଟ୍ ପରିସରରେ ଶିକ୍ଷାର ବାତାବରଣ ଫେରାଇ ଆଣିବା ପାଇଁ ସରକାରଙ୍କ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି ।
ନେପାଳର ଅଧିକାରୀ ଦ୍ୱୟ କହିଥିଲେ ଯେ, ଏହି ଘଟଣାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଶୀଘ୍ର ପଦକ୍ଷେପ ନିଆଯାଇଛି । ଏହା ଦ୍ୱାରା ନେପାଳରୁ ଆସି ପଢୁଥିବା ଛାତ୍ରଛାତ୍ରୀ ଓ ସେମାନଙ୍କ ଅଭିଭାବକ ମାନେ ଆଶ୍ୱସ୍ତ ଅନୁଭବ କରିଛନ୍ତି । ଏଥିପାଇଁ ନେପାଳ ସରକାରଙ୍କ ପକ୍ଷରୁ ଓଡିଶା ସରକାରଙ୍କୁ ବିଶେଷକରି ମୁଖ୍ୟମନ୍ତ୍ରୀଙ୍କୁ ସେମାନେ ଧନ୍ୟବାଦ ଦେଇଥିଲେ । ସେମାନେ କହିଥିଲେ ଯେ, ନେପାଳ ଓ ଓଡିଶା ମଧ୍ୟରେ ଅତି ପୁରାତନ ସମ୍ପର୍କ ରହିଆସିଛି ଏବଂ ଏହି ସୁସମ୍ପର୍କ କେବେ ବ୍ୟାହତ ହେବ ନାହିଁ ବୋଲି ସେମାନେ ଆଶା ପ୍ରକାଶ କରିଥିଲେ ।
ଆଲୋଚନା ସମୟରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଉପସ୍ଥିତ ଥିଲେ ।
Shaktikanta Das: Veteran bureaucrat who helmed RBI through Covid-19
Next ArticleNuapada: PEO, His Brother Arrested for Embezzlement of Govt Funds
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
