ଆଜି ବଡ଼ ଏକାଦଶୀ, ଶ୍ରୀମନ୍ଦିରରେ ଶ୍ରୀଜୀଉ ଭକ୍ତ ମାନଙ୍କୁ ଲକ୍ଷ୍ମୀ ନାରାୟଣ ବେଶରେ ଦେବେ ଦର୍ଶନ
12/11/24 ଆଜି ବଡ଼ ଏକାଦଶୀ, ଶ୍ରୀମନ୍ଦିରରେ ଶ୍ରୀଜୀଉ ଭକ୍ତ ମାନଙ୍କୁ ଲକ୍ଷ୍ମୀ ନାରାୟଣ ବେଶରେ ଦେବେ ଦର୍ଶନ ଆଜି ବଡ଼ ଏକାଦଶୀ ତିଥି । ଆଜି ଦିନରେ ମହାପ୍ରଭୁ ସ୍ୱତନ୍ତ୍ର ବେଶରେ ଭକ୍ତ ମାନଙ୍କୁ ଦର୍ଶନ ଦେବେ। କାର୍ତ୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ଠିଆକିଆ ବା ଲକ୍ଷ୍ମୀନାରାୟଣ ବେଶ ଅନୁଷ୍ଠିତ ହେବ । ଏହି ଦିନ ମହାପ୍ରଭୁ ଶ୍ରୀଜଗନ୍ନାଥ ନିଦରୁ ଉଠନ୍ତି । ଆଷାଢ଼ ଶୁକ୍ଳପକ୍ଷ ଏକାଦଶୀରୁ ମହାପ୍ରଭୁ ଶୟନ କରିଥାନ୍ତି । ମହାପ୍ରଭୁଙ୍କ [...]
12/11/24
ଆଜି ବଡ଼ ଏକାଦଶୀ, ଶ୍ରୀମନ୍ଦିରରେ ଶ୍ରୀଜୀଉ ଭକ୍ତ ମାନଙ୍କୁ ଲକ୍ଷ୍ମୀ ନାରାୟଣ ବେଶରେ ଦେବେ ଦର୍ଶନ
ଆଜି ବଡ଼ ଏକାଦଶୀ ତିଥି । ଆଜି ଦିନରେ ମହାପ୍ରଭୁ ସ୍ୱତନ୍ତ୍ର ବେଶରେ ଭକ୍ତ ମାନଙ୍କୁ ଦର୍ଶନ ଦେବେ। କାର୍ତ୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ଠିଆକିଆ ବା ଲକ୍ଷ୍ମୀନାରାୟଣ ବେଶ ଅନୁଷ୍ଠିତ ହେବ । ଏହି ଦିନ ମହାପ୍ରଭୁ ଶ୍ରୀଜଗନ୍ନାଥ ନିଦରୁ ଉଠନ୍ତି । ଆଷାଢ଼ ଶୁକ୍ଳପକ୍ଷ ଏକାଦଶୀରୁ ମହାପ୍ରଭୁ ଶୟନ କରିଥାନ୍ତି । ମହାପ୍ରଭୁଙ୍କ ଏହି ଉତଥାପନ ଏକାଦଶୀକୁ ବଡ଼ ଏକାଦଶୀ ବୋଲି କୁହାଯାଏ । ଏହି ଦିନରୁ ପଞ୍ଚକ ମଧ୍ୟ ଆରମ୍ଭ ହୋଇଥାଏ । ଶାସ୍ତ୍ର ମତରେ ବଡ଼ ଏକାଦଶୀଠାରୁ ଶୁଭ ସମୟ ଆରମ୍ଭ ହେଉଥିବାରୁ ସମସ୍ତ ମାଙ୍ଗଳିକ କାର୍ଯ୍ୟ ମଧ୍ୟ ଆରମ୍ଭ କରାଯାଏ । ୪ ମାସ ପରେ ଶୟନରୁ ଉଠୁଥିବା ମହାପ୍ରଭୁ ମହାଲକ୍ଷ୍ମୀଙ୍କ ସହ ଭକ୍ତଙ୍କୁ ଦର୍ଶନ ଦିଅନ୍ତି । ସେଥିପାଇଁ ରତ୍ନସିଂହାସନରେ ଶ୍ରୀଜଗନ୍ନାଥଙ୍କ ଲକ୍ଷ୍ମୀନାରାୟଣ ବେଶ ଅନୁଷ୍ଠିତ ହୁଏ ।
ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ ମସ୍ତକରେ ସୁବର୍ଣ୍ଣକିଆ ଠିଆ ଭାବରେ ଲାଗି ହେଉଥିବାରୁ ଏହି ବେଶକୁ ଠିଆକିଆ ବେଶ ମଧ୍ୟ କୁହାଯାଏ । ରାମାନୁଜଙ୍କର ଦର୍ଶନ ଅନୁଯାୟୀ ବ୍ରହ୍ମ ସଗୁଣ ଓ ସେ ନାରାୟଣ, ଲକ୍ଷ୍ମୀ ତାଙ୍କର ଶକ୍ତି । ଏହି ନ୍ୟାୟରେ ରାମାନୁଜ ଜଗନ୍ନାଥଙ୍କୁ ବ୍ରହ୍ମ ଭାବରେ ଦେଖିଥିବାରୁ ସେ ଲକ୍ଷ୍ମୀ ନାରାୟଣ ବେଶ ପ୍ରବର୍ତ୍ତନ କରିଥିଲେ ବୋଲି ଅନୁମାନ କରାଯାଏ । ଠାକୁରମାନଙ୍କର ଅବକାଶ ନୀତି ଶେଷ ହେବାପରେ ପୁଷ୍ପାଳକ ସେବକମାନେ ଶ୍ରୀଜୀଉମାନଙ୍କୁ ଏହି ବେଶରେ ସଜ୍ଜିତ କରାଇଥାନ୍ତି । ଏହି ବେଶ ଥାଇ ଠାକୁର ମାନଙ୍କର ଗୋପାଳ ବଲ୍ଲଭ, ସକାଳଧୂପ, ବାଳଭୋଗ ଓ ଭୋଗମଣ୍ଡପ ନୀତି ଆଦି ସମ୍ପନ୍ନ ହୁଏ।
ଲକ୍ଷ୍ମୀନାରାୟଣ ବେଶରେ ସୁନାବେଶର ସମସ୍ତ ଅଳଙ୍କାର ଲାଗି ହୁଅନ୍ତି ମାତ୍ର ରାଜବେଶରେ ତିନିଗୋଟି ସୁନା କିରିଟ ଲାଗି ହୁଅନ୍ତି। ସେହିପରି କାର୍ତ୍ତିକ ମାସରେ ଅନୁଷ୍ଠିତ ରାଧାଦାମୋଦର ବେଶରେ ମହାପ୍ରଭୁ ହସ୍ତରେ ଶ୍ରୀଭୁଜ ଲାଗି ନହୋଇ ନଳୀଭୁଜ ଲାଗି ହୁଅନ୍ତି, ଏହି ନଳୀଭୁଜର ଶୀର୍ଷ ଦେଶରେ ଆୟୁଧର ଚିହ୍ନ ରହିଥାଏ । ମାତ୍ର ଲକ୍ଷ୍ମୀନାରାୟଣ ବେଶରେ ମହାପ୍ରଭୁ ଆୟୁଧ ଲାଗି ହୁଅନ୍ତି । ଶ୍ରୀଜଗନ୍ନାଥ ବାମ ହସ୍ତରେ ଶଙ୍ଖ ଓ ଡାହାଣ ହସ୍ତରେ ଚକ୍ର ଧରିଥାନ୍ତି । ବଳଭଦ୍ର ହଳ ଓ ମୂଷଳ ଧାରଣ କରନ୍ତି । ସୁଭଦ୍ରାଙ୍କ ବେଶରେ କିଛି ପରିବର୍ତ୍ତନ ହୁଏ ନାହିଁ କେବଳ ମସ୍ତକରେ ଠିଆକିଆ ଶୋଭାପାଏ । ଏହି ଠିଆକିଆ ଗୁଡ଼ିକୁ ଧରି ରଖିବା ପାଇଁ ଏକ ବଳା ମୁଖମଣ୍ଡଳରେ ଲାଗେ । ଠାକୁରମାନେ ପାଟବସ୍ତ୍ରରେ ସୁସଜ୍ଜିତ ହୋଇ ସୁବର୍ଣ୍ଣ ଅଳଙ୍କାରମାନ ଲାଗି ହୋଇ ଅତ୍ୟନ୍ତ ସୁନ୍ଦର ଦେଖାଯାଆନ୍ତି ।
ଶ୍ରୀମନ୍ଦିର ସତ୍ତ୍ୱଲିପି ଅନୁସାରେ ନିମ୍ନଲିଖିତ ସୁନା ଅଳଙ୍କାରମାନ ଲାଗି ହୁଏ :
ଶ୍ରୀଭୁଜ-୪ଟି,ଶ୍ରୀପୟର-୪ଟି,କାନ-୬ଟି,ଆଡ଼କାନି-
୪ଟି, ଚନ୍ଦ୍ରିକା-୨ଟି, ସୂର୍ଯ୍ୟଚନ୍ଦ୍ର-୬ଟି, ତଡ଼ଗି-୨ଟି, ଓଡ଼ିଆଣୀ-୩ଟି, କିଆ-୫୪ଟି, ଆୟୂଧ-ଶଙ୍ଖ, ଚକ୍ର, ହଳ ଓ ମୂଷଳ
Ecuador footballer Marco Angulo, 22, died following car crash
Next ArticleNaveen Congratulates Odisha’s Jagannath Khuntia on Winning Bronze at 15th World Bodybuilding and Physique Sports Championship
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
