ଜାତୀୟ ଖୋ ଖୋ ଟିମ୍ କୁ ରାଜ୍ୟ ସରକାର ୩ ବର୍ଷ ପାଇଁ ସ୍ପନସର୍ କରିବେ
ଭୁବନେଶ୍ୱର: ଦେଶର ‘ଖୋ ଖୋ’ ଖେଳ ପାଇଁ ଆସିଛି ଏକ ସୁବର୍ଣ୍ଣ ସମୟ । ଓଡିଶା ସରକାର ଏହି ଖେଳକୁ ଯୋଗାଇ ଦେବେ ପ୍ରୋତ୍ସାହନ। ପୂର୍ବରୁ ଜାତୀୟ ହକି ଖେଳକୁ ଓଡିଶା ସ୍ପନସର୍ କରିଥିବା ବେଳେ, ଏବେ ଖୋ ଖୋ ଖେଳକୁ ପ୍ରୋତ୍ସାହନ ଦେବାକୁ ଆଗେଇ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟ ସରକାର ‘ଖୋ ଖୋ’ ଖେଳର ଜାତୀୟ ଟିମକୁ ଆଗାମୀ ୩ ବର୍ଷ ପାଇଁ ସ୍ପନସର କରିବେ [...]
ଭୁବନେଶ୍ୱର: ଦେଶର ‘ଖୋ ଖୋ’ ଖେଳ ପାଇଁ ଆସିଛି ଏକ ସୁବର୍ଣ୍ଣ ସମୟ । ଓଡିଶା ସରକାର ଏହି ଖେଳକୁ ଯୋଗାଇ ଦେବେ ପ୍ରୋତ୍ସାହନ। ପୂର୍ବରୁ ଜାତୀୟ ହକି ଖେଳକୁ ଓଡିଶା ସ୍ପନସର୍ କରିଥିବା ବେଳେ, ଏବେ ଖୋ ଖୋ ଖେଳକୁ ପ୍ରୋତ୍ସାହନ ଦେବାକୁ ଆଗେଇ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟ ସରକାର ‘ଖୋ ଖୋ’ ଖେଳର ଜାତୀୟ ଟିମକୁ ଆଗାମୀ ୩ ବର୍ଷ ପାଇଁ ସ୍ପନସର କରିବେ । ଏହି ସ୍ପନସରସିପ ର ଅବଧି ୨୦୨୫ ଜାନୁଆରୀରୁ ୨୦୨୭ ଡିସେମ୍ବର ପର୍ଯ୍ୟନ୍ତ ରହିବ। ଏଥିପାଇଁ ବର୍ଷକୁ ୫ କୋଟି ଟଙ୍କା ଲେଖାଏଁ ସମୁଦାୟ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ଓଡିଶା ଖଣି ନିଗମ ପକ୍ଷରୁ ଏହି ଅର୍ଥ ପ୍ରଦାନ କରାଯିବ। ଏହାଦ୍ୱାରା ଭାରତୀୟ ଖୋ ଖୋ ଖେଳାଳୀ ପ୍ରୋତ୍ସାହନ ପାଇବା ସହିତ ଓଡିଶା ମଧ୍ୟ ଜାତୀୟ ଓ ଅନ୍ତର୍ଜାତୀୟ ଖେଳରେ ବ୍ରାଣ୍ଡିଂ ଜରିଆରେ ବିଶ୍ୱସ୍ତରରେ ରାଜ୍ୟର ଛବିକୁ ଉଜ୍ଜଳ କରିପାରିବ ।
Odisha govt declares unseasonal rain as natural calamity
Next ArticleIndia committed to taking the lead in AI, creating opportunities for youth: PM Modi
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
