ଭୁବନେଶ୍ୱର – ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୧୭୪ କୋରୋନା ପଜିଟିଭ । ଏମାନଙ୍କ ମଧ୍ୟରେ ଅଛନ୍ତି ୧୩ ଜଣ ଶିଶୁ-କିଶୋର । ସଙ୍ଗରୋଧରୁ ୧୦୨ ଓ ସ୍ଥାନୀୟ ଅଞ୍ଚଳରୁ ୭୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୁଳ ଜିଲ୍ଲାରୁ ୧,
ବାଲେଶ୍ଵରରୁ ୪, ବରଗଡ଼ରୁ ୧, ଭଦ୍ରକରୁ ୨, ବଲାଙ୍ଗୀରରୁ
୧, ବୈ।ଦ୍ଧରୁ ୩, କଟକରୁ ୨୦, ଦେବଗଡରୁ ୩, ଗଞ୍ଜାମରୁ ୨, ଜଗତସିଂହପୁରରୁ ୩, ଯାଜପୁରରୁ ୬, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୨, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୫, ଖୋର୍ଦ୍ଧାରୁ ୫୫, କୋରାପୁଟରୁ ୧, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୮, ନବରଙ୍ଗପୁରରୁ ୫, ନୟାଗଡରୁ ୭, ନୂଆପଡାରୁ ୫, ପୁରୀରୁ ୯, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧, ସୁନ୍ଦରଗଡ଼ରୁ ୧୦ ଓ ଷ୍ଟେଟ ପୁଲରୁ ୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଏବେ ସକ୍ରିୟ ମାମଲା ୧ ହଜାର ୭୩୪ ରହିଛି।
Next Post
Comments are closed.