ବଙ୍ଗୋପ ସାଗରରେ ଲଘୁଚାପ ସୃଷ୍ଟି: ଆଜି ଉପକୂଳ ଓ କାଲି ଅଭ୍ୟନ୍ତରୀଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ | News Room Odisha

ବଙ୍ଗୋପ ସାଗରରେ ଲଘୁଚାପ ସୃଷ୍ଟି: ଆଜି ଉପକୂଳ ଓ କାଲି ଅଭ୍ୟନ୍ତରୀଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ

ଭୁବନେଶ୍ୱର – ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ। ପରବର୍ତ୍ତୀ ୧୨ ଘଣ୍ଟାରେ ଏହା ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ। ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଅବପାତ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଉପକୂଳ ଓଡ଼ିଶା ପ୍ରଭାବିତ ହେବାକୁ ଥିବା ବେଳେ ଆସନ୍ତାକାଲି ଅଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶା ପ୍ରଭାବିତ ହେବ। ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି । ଉପକୂଳ ଓଡ଼ିଶା ଓ ସମୁଦ୍ରରେ ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିପାରେ। ସର୍ବାଧିକ ପବନ ୬୫ କିଲୋମିଟର ହୋଇପାରେ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ୧୫ ତାରିଖ ଯାଏ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

ରାଜ୍ୟରେ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଉଛି। ମାଥାନୀଠାରେ ଜଳକା ନଦୀ ବିପଦ ସଙ୍କେତ ଉପରେ ଥିବା ବେଳେ ବୈତରଣୀ ନଦୀ ମଧ୍ୟ ଆଖୁଆପଦାରେ ବିପଦ ସଂକେତ ଟପିଛି।