ସୁଦୃଢ ହେବ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା : ୨୦ ହଜାର ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ, ୧୩ରୁ ଆବେଦନ ପ୍ରକ୍ରିୟା
ଭୁବନେଶ୍ୱର – ୨୦ ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୧୩ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ ।
ଅକ୍ଟୋବର ମାସ ୧୦ ତାରିଖ ହେଉଛି ଆବେଦନର ଶେଷ ତାରିଖ । ଓସେପା ୱେବସାଇଟ୍ ଡବ୍ଲୁଡବ୍ଲୁଡବ୍ଲୁ ଓସେପା ଡଟ୍ ଓଡ଼ିଶା ଡଟ୍ ଗଭ୍ ଡଟ୍ ଇନରେ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ପ୍ରକ୍ରିୟା ସଂପୂର୍ଣ୍ଣ ଭାବେ ଅନଲାଇନରେ ହେବ ।
କମ୍ପ୍ୟୁଟର ବେସ୍ଡ ଟେଷ୍ଟ- ସିବିଟି ମାଧ୍ୟମରେ ଲିଖିତ ପରୀକ୍ଷା କରାଯାଇ ପ୍ରାର୍ଥୀ ଚୟନ କରାଯିବ । ଜିଲ୍ଲା ଅନୁସାରେ ଜିଲ୍ଲା ପରିଷଦ ପକ୍ଷରୁ ସମସ୍ତ ପ୍ରାଥମିକ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ । ଅନଲାଇନ ଆବେଦନ ପ୍ରକ୍ରିୟାରେ ସମସ୍ୟା ହେଲେ ଏକ ଯୋଗାଯୋଗ ନମ୍ବର ମଧ୍ୟ ଦିଆଯାଇଛି । ହେଲ୍ପ ଡେସ୍କ ନମ୍ବର ୭୩୫୩୯୨୭୭୭୯ ନମ୍ବରରେ ସୋମବାରରୁ ଶୁକ୍ରବାର ପର୍ଯ୍ୟନ୍ତ ଦିନ ୧୦ଟାରୁ ଅପରାହ୍ଣ ୫ଟା ପର୍ଯ୍ୟନ୍ତ ଯୋଗାଯୋଗ କରିହେବ । ଏହି ନିଯୁକ୍ତି ଦ୍ୱାରା ରାଜ୍ୟର ସରକାରୀ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦୂର ହେବା ସହ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସୁଦୃଢ ହେବ ।
Comments are closed.