ଆଜି କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର – ଆଜି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ମନ୍ତ୍ରୀ ପରିଷଦ ବୈଠକରେ ଅତିରିକ୍ତ ବଜେଟ୍‌କୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି । ଆସନ୍ତା ୨୨ ତାରିଖରେ ଆରମ୍ଭ ହେବାକୁ ଥିବା ବିଧାନସଭାର ମୌସୁମୀ ଅଧିବେଶନରେ ଅତିରିକ୍ତ ବଜେଟ୍ ୨୦୨୩-୨୪ ଆଗତ ହେବ । ଆଜିର କ୍ୟାବିନେଟ ବୈଠକରେ ବିଭିନ୍ନ ବିଭାଗର ବହୁ ଗୁରୁତ୍ୱପୁର୍ଣ୍ଣ ପ୍ରସ୍ତାବରେ ମୋହର ଲାଗିବା ସମ୍ଭାବନା ଅଛି । କୃଷି, ମହିଳା ଓ ଯୁବ ବିକାଶ ଏବଂ ସାମାଜିକ କଲ୍ୟାଣ କ୍ଷେତ୍ରରେ ବିକାଶ କ୍ୟାବିନେଟ୍ ବୈଠକର ଏଜେଣ୍ଡାରେ ରହିବା ସୂତ୍ରରୁ ଜଣାପଡିଛି । ବିଧାନସଭା ଅଧିବେଶନର ପୂର୍ବରୁ ବୈଠକ ବସୁଥିବାରୁ ଏକାଧିକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବା ସମ୍ଭାବନା ରହିଛି।

Comments are closed.