ନବରଙ୍ଗପୁର ଜିଲ୍ଲାରେ ବିଭିନ୍ନ ଜଳସେଚନ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ  | News Room Odisha

ନବରଙ୍ଗପୁର ଜିଲ୍ଲାରେ ବିଭିନ୍ନ ଜଳସେଚନ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର – ନବରଙ୍ଗପୁର ଜିଲ୍ଲାରେ ବିଭିନ୍ନ ଜଳସେଚନ ପ୍ରକଳ୍ପ ପାଇଁ ଆଜି ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭର୍ଚୁଆଲ ମାଧ୍ୟମରେ ଅପରାହ୍ନ ସାଢେ ୪ଟା ୩୦ ମିନିଟରେ ମୁଖ୍ୟମନ୍ତ୍ରୀ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମରେ ସାମିଲ ହେବେ । ୧ ହଜାର ୨୭୨ କୋଟି ଟଙ୍କା ବ୍ୟୟରେ ନବରଙ୍ଗପୁର ଜିଲ୍ଲାର ପାର୍ବତୀ ୧୧ଟି ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ହେବ । ଏଥିସହ ୫୭୭ କୋଟି ଟଙ୍କା ବ୍ୟୟରେ ତୁରି-ଗୁନ୍ତାତ ଜଳସେଚନ ପ୍ରକଳ୍ପ ପାଇଁ ବି ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ।