ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ବିଜେଡିର ରାଜ୍ୟସଭା ପ୍ରାର୍ଥୀ

ଭୁବନେଶ୍ୱର – ରାଜ୍ୟସଭା ନିର୍ବାଚନ ପାଇଁ ବିଜେଡି ଦୁଇ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ସେମାନେ ହେଲେ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ। ଦେବାଶିଷ ସାମନ୍ତରାୟ କଟକ ବାରବାଟୀ ନିର୍ବାଚନ ମଣ୍ତଳୀର ପୂର୍ବତନ ବିଧାୟକ । ଶୁଭାଶିଷ ଖୁଣ୍ଟିଆ ରାଜ୍ୟ ଯୁବ ବିଜେଡି ଉପସଭାପତି ଅଛନ୍ତି । ଓଡ଼ିଶାରୁ ତିନିଟି ରାଜ୍ୟସଭା ଆସନ ଖାଲି ହେଉଛି। ବିଜେଡିର ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକ ଏବଂ ବିଜେପିର ଅଶ୍ୱିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ଶେଷ ହେଉଛି । ଆସନ୍ତା ୨୭ ତାରିଖରେ ରାଜ୍ୟସଭା ନିର୍ବାଚନ ହେବ । ଓଡ଼ିଶା ସମେତ ୧୫ଟି ରାଜ୍ୟରେ ୫୬ଟି ରାଜ୍ୟସଭା ଆସନ ଖାଲି ହେଉଛି। ଚଳିତ ମାସ ୧୫ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିପାରିବେ । ୧୬ରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ ଓ ୨୦ ତାରିଖ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରାଯିବ । ୨୭ ତାରିଖ ଦିନ ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ । ତା’ପରେ ସନ୍ଧ୍ୟା ୫ଟାରୁ ଭୋଟ ଗଣତି ଆରମ୍ଭ ହେବ ।

Comments are closed.