ଭୁବନେଶ୍ୱର – ଆଗାମୀ ନିର୍ବାଚନ ପାଇଁ ବିଜେଡି ପକ୍ଷରୁ ବିଭିନ୍ନ ରଣନୀତି ପ୍ରସ୍ତୁତି ପାଇଁ ତତ୍ପରତା ପ୍ରକାଶ ପାଇଛି । ଗତ ତିନି ଦିନ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଂସଦୀୟ କ୍ଷେତ୍ର ଅନୁସାରେ ଦଳର ସ୍ଥିତି ଓ ନିର୍ବାଚନ ପ୍ରସ୍ତୁତି ନେଇ ସମୀକ୍ଷା କରୁଛନ୍ତି । ଏ କ୍ରମରେ ଆଜି ବ୍ରହ୍ମପୁର ଓ ଆସ୍କା ସଂସଦୀୟ କ୍ଷେତ୍ରର ବିଜେଡି ନେତାଙ୍କ ସହ ଆଲୋଚନା କରୁଛନ୍ତି ସୁପ୍ରିମୋ ନବୀନ ପଟ୍ଟନାୟକ। ବୈଠକରେ
ସାଙ୍ଗଠନିକ ସ୍ଥିତି ସମୀକ୍ଷା କରୁଛନ୍ତି ବିଜେଡି ସୁପ୍ରିମୋ । ସମୀକ୍ଷା ବୈଠକରେ ବିଜେଡି ନେତା ତଥା ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଅଛନ୍ତି। ବୈଠକରେ ବ୍ରହ୍ମପୁରର ବରିଷ୍ଠ ନେତା ଓ ପର୍ଯ୍ୟବେକ୍ଷକ ଉପସ୍ଥିତ ଅଛନ୍ତି। ସଂସଦୀୟ କ୍ଷେତ୍ର ପର୍ଯ୍ୟବେକ୍ଷକ ମାନସ ମଙ୍ଗରାଜ, ସାଂସଦ ଚନ୍ଦ୍ରଶେଖର ସାହୁ,
ଜିଲ୍ଲା ବିଜେଡି ସଭାପତି ରମେଶ ଚ୍ୟାଉ ପଟ୍ଟନାୟକ, ଗଞ୍ଜାମ ଜିଲ୍ଲା ପର୍ଯ୍ୟବେକ୍ଷକ ପ୍ରଦୀପ ଅମାତ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା,ବିପ୍ଳବ ପାତ୍ର, ସୁବାସ ବେହେରା, ଉଷା ଦେବୀ ପ୍ରମୁଖ ଉପସ୍ଥିତ ଅଛନ୍ତି । ଗତ ସୋମବାର ପୁରୀ ଓ କେନ୍ଦ୍ରାପଡ଼ା ସଂସଦୀୟ କ୍ଷେତ୍ରର ସମୀକ୍ଷା ପରେ ଗତକାଲି କୋରାପୁଟ ଓ ନବରଙ୍ଗପୁର ଲୋକସଭା ନିର୍ବାଚନ ମଣ୍ଡଳୀରେ ଦଳୀୟ ସ୍ଥିତିର ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ।
Comments are closed.